Site icon ଆଜିକାଲି

ଧାନବାଦ ଅଗ୍ନିକାଣ୍ଡରେ ମୃତକଙ୍କ ସମ୍ପର୍କୀୟଙ୍କୁ ମିଳିବ ୨ଲକ୍ଷ ଟଙ୍କା କ୍ଷତିପୂରଣ ଓ ଆହତଙ୍କୁ ୫୦ ହଜାର ଟଙ୍କା

ଧାନବାଦ : ଝାଡ଼ଖଣ୍ଡର ଧାନବାଦରେ ଏକ ବିଲ୍ଡିଂରେ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁ ସଂଖ୍ୟା ୨୦କୁ ବୃଦ୍ଧି । ମୃତକଙ୍କ ମଧ୍ୟରେ ୧୦ଜଣ ମହିଳା ଓ ୩ଜଣ ଶିଶୁ ଥିବା ଜଣାପଡିଛି। ସେହିପରି ୧୨ଜଣ ଆହତ ମଧ୍ୟ ହୋଇଛନ୍ତି । ତେବେ ମୃତାହତଙ୍କ ସଂଖ୍ୟା ଅଧିକ ହୋଇପାରେ ବୋଲି ଜଣାପଡ଼ିଛି।

ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍ କରି ଦୁଃଖ ପ୍ରକାଶ କରିଛନ୍ତି। ଟୁଇଟ୍ କରି କହିଛନ୍ତି ଯେ, ଧାନବାଦରେ ଘଟିଥିବା ଅଗ୍ନିକାଣ୍ଡରେ ମୁଁ ଦୁଃଖିତ। ମୁଁ ଆହତମାନଙ୍କୁ ଶୀଘ୍ର ଆରୋଗ୍ୟ କାମନା କରୁଛି। ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠିରୁ ପ୍ରତ୍ୟେକ ମୃତକଙ୍କ ସମ୍ପର୍କୀୟଙ୍କୁ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବାର ଘୋଷଣା କରିଛନ୍ତି ।

FacebookTwitterLinkedinWhatsapp
Exit mobile version