Site icon ଆଜିକାଲି

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୫ କରୋନା ସଂକ୍ରମିତ ଚିହ୍ନଟ ଓ ଜଣେ ମୃତ

ନୂଆଦିଲ୍ଲୀ : ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୨୦୦ ତଳେ । ଏହି ପରିପ୍ରେକ୍ଷୀରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୫ ନୂତନ ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୬,୫୧୫ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ଦିଲ୍ଲୀ ଜଣକର ମୃତ୍ୟୁ ରିପୋର୍ଟ କରାଯାଇଥିବା ପରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୮୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୨,୪୩୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି। ଏହାଛଡ଼ା ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୦୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ବୁଧବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୦୨,୧୨,୧୭୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୧୭,୫୩୮ଟି ନମୁନା।

Exit mobile version