Site icon ଆଜିକାଲି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଉପରତଳ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୪ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ଜଣେ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ, ବଲାଙ୍ଗୀରରୁ ୬ଜଣ, କଟକରୁ ୩ଜଣ, ଦେଓଗଡ଼ରୁ ଜଣେ, ଯାଜପୁରରୁ ୨ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୬ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୨ଜଣ, ପୁରୀରୁ ୭ଜଣ, ସମ୍ବଲପୁରରୁ ୪ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୦ଜଣ ଓ ରାଜ୍ୟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩,୩୫,୫୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩,୨୫,୬୭୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୩୭,୨୪,୮୪୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Exit mobile version