Site icon ଆଜିକାଲି

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ୍ ଉପରତଳ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୨ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ନୂଆ ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ଜଣେ, ବଲାଙ୍ଗୀରରୁ ଜଣେ, ଦେଓଗଡ଼ରୁ ୩ଜଣ, ଯାଜପୁରରୁ ଜଣେ, କଳାହାଣ୍ଡିରୁ ଜଣେ, ପୁରୀରୁ ୪ଜଣ, ସମ୍ବଲପୁରରୁ ଜଣେ, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୨ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩,୩୬,୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩,୨୬,୬୨୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୩୮,୩୬,୮୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Exit mobile version