Site icon ଆଜିକାଲି

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ଉପର ତଳ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ଟି ଜିଲାରୁ ଆଉ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ ବରଗଡ଼ ଜିଲାରୁ ଜଣେ, କେନ୍ଦ୍ରପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୨ଜଣ, ନୂଆପଡ଼ାରୁ ଜଣେ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୬ଜଣ ଓ ରାଜ୍ୟ ପୁଲ୍‌ରୁ ଜଣେ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୮୦୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୭୫୨୫୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Exit mobile version