Site icon ଆଜିକାଲି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୨୩୧ କରୋନା ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣରେ ରହୁନି ସ୍ଥିରତା । କରୋନା ଗ୍ରାଫ୍ ଉପରତଳ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୮୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ବରଗଡ଼ ଜିଲାରୁ ୩ଜଣ ଥିବାବେଳେ ଭଦ୍ରକରୁ ୩ଜଣ, ବଲାଙ୍ଗୀରରୁ ୫ଜଣ, ବୌଦ୍ଧରୁ ୫ଜଣ, କଟକରୁ ୨୭ଜଣ, ଦେଓଗଡ଼ରୁ ୨ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୨ଜଣ, ଜଗତସିଂହପୁରରୁ ୭ଜଣ, ଯାଜପୁରରୁ ୭ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୯ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୩ଜଣ, ଖୋର୍ଦ୍ଧାରୁ ୬୮ଜଣ, କୋରାପୁଟରୁ ୨ଜଣ, ମୟୁରଭଞ୍ଜରୁ ଜଣେ, ନବରଙ୍ଗପୁରରୁ ୧୪ଜଣ, ନୟାଗଡ଼ରୁ ୧୬ଜଣ, ନୂଆପଡ଼ାରୁ ୪ଜଣ, ପୁରୀରୁ ୩ଜଣ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ୭ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୨୧ଜଣ ଓ ରାଜ୍ୟ ପୁଲ୍‌ରୁ ୧୬ଜଣ ରହିଛନ୍ତି ।

ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୮୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୭୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୮୦୬୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୨୫୮୨୩୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Exit mobile version