Site icon ଆଜିକାଲି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଉପରତଳ ଜାରି ରହିଛି । ଆଜି ବି ରାଜ୍ୟରେ ସଂକ୍ରମଣ ୨ ଶହ ଉପରେ। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୫୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୯୭୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ନୂତନ ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ବର ଜିଲାରୁ ୨ ଜଣ ଥିବା ବେଳେ ବରଗଡ଼ରୁ ୩, ଭଦ୍ରକରୁ ୩, ବଲାଙ୍ଗୀରରୁ ୧୧ ଜଣ, କଟକରୁ ୨୭ ଜଣ, ଦେବଗଡ଼ରୁ ୧, ଗଞ୍ଜାମରୁ ୬, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୨, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୫୫, କୋରାପୁଟରୁ ୪, ମୟୂରଭଞ୍ଜରୁ ୮ ଜଣ, ନବରଙ୍ଗପୁରରୁ ୧୫ ଜଣ, ନୟାଗଡ଼ ଜିଲ୍ଲାରୁ ୧୨ ଜଣ, ନୂଆପଡ଼ାରୁ ୯, ପୁରୀରୁ ୮ ଜଣ, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୭ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୩୦ ଜଣ ଓ ରାଜ୍ୟ ପୁଲରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩,୨୯,୭୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୯୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩,୧୮,୭୯୮ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୬୯୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩,୩୩,୦୧,୫୭୭ସାମ୍ପୁଲ ପରୀକ୍ଷା ହୋଇଛି ।

Exit mobile version