Site icon ଆଜିକାଲି

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୮୨୪ କରୋନା ସଂକ୍ରମଣ ଚିହ୍ନଟ ଓ ୫ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଦୈନିକ ସଂକ୍ରମଣ ୩ ହଜାରରୁ ଅଧିକ ରହୁଛି । ଏହି ପରିପ୍ରେକ୍ଷୀରେ ଦୀର୍ଘ ୬ ମାସ ପରେ ଆଜି ସର୍ବାଧିକ ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ସେହିପରି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ଟପିଥିବା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୮୨୪ କରୋନା ସଂକ୍ରମଣ ରେକର୍ଡ କରାଯାଇଛି। ଚିହ୍ନଟ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୨୨,୬୦୫ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୫ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୮୮୧କୁ ବୃଦ୍ଧି ପାଇଛି। ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୨.୮୭% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୨.୨୪% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୭୩,୩୩୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୭% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୩୮୯କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୪%।

Exit mobile version