Site icon ଆଜିକାଲି

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦୮ କରୋନା ସଂକ୍ରମିତ ଓ ୫ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସାମାନ୍ୟ ବୃଦ୍ଧି । ସଂକ୍ରମଣ ୪୦୦ ଟପି ଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ସାଢ଼େ ୫୯ ହଜାର ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦୮ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୫ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି। ଏଥିରେ କେରଳ ପିଛିଲା ଭାବେ ୪ଜଣଙ୍କ ମୃତ୍ୟୁ ସାମିଲ କରିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪୦୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୦,୪୮୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୫ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୦୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୪,୦୦୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୮,୮୧ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

Exit mobile version