Site icon ଆଜିକାଲି

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୪ କରୋନା ସଂକ୍ରମିତ ଚିହ୍ନଟ, ଜଣେ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। ୧୧୩ ଦିନ ପରେ ଦୈନିକ ସଂକ୍ରମଣ ସର୍ବାଧିକ ହୋଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪୪ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪୪୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୯୦,୯୩୬ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ତାମିଲନାଡୁରେ ଗୋଟିଏ ମୃତ୍ୟୁ ରେକର୍ଡ କରିବାରୁ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୮୨କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୬,୩୪୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୮୦୯କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

Exit mobile version