Site icon ଆଜିକାଲି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ କରୋନା ଗ୍ରାଫ୍ ଉପରତଳ ଜାରି ରହିଛି । ସେହିପରି ଦୈନିକ କରୋନା ସଂକ୍ରମଣ ଶହେ ତଳେ। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲାରୁ ୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ନୂତନ ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ବର ଜିଲାରୁ ୪ ଜଣ ଥିବାବେଳେ ବରଗଡ଼ରୁ ୧, ବଲାଙ୍ଗୀରରୁ ୨, କଟକରୁ ୩ ଜଣ, ଦେବଗଡ଼ରୁ ୧, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧ ଜଣ, କଳାହାଣ୍ଡିରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୧, ମୟୂରଭଞ୍ଜରୁ ୨, ନବରଙ୍ଗପୁରରୁ ୧, ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ାରୁ ୧, ପୁରୀରୁ ୫ ଜଣ, ରାୟଗଡ଼ାରୁ ୧, ସମ୍ବଲପୁରରୁ ୭ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୮ ଜଣ ଓ ରାଜ୍ୟ ପୁଲରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୩,୩୫,୬୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୧୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୩୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩,୩୫,୬୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୩୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩,୨୬,୧୭୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୩୭,୭୮,୦୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Exit mobile version