Site icon ଆଜିକାଲି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କରୋନା ଗ୍ରାଫ୍ ଉପରତଳ ଜାରି ରହିଛି । ଆଜି ବି ଦୈନିକ କରୋନା ସଂକ୍ରମଣ ଶହେ ତଳେ ରହିଛି। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ଟି ଜିଲାରୁ ୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ନୂତନ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ବରଗଡ଼ ଜିଲାରୁ ଜଣେ ଥିବାବେଳେ ବଲାଙ୍ଗୀରରୁ ଜଣେ, କଟକରୁ ୪ଜଣ, ଦେଓଗଡ଼ରୁ ଜଣେ, ଜଗତସିଂହପୁରରୁ ୫ଜଣ, ଯାଜପୁରରୁ ୪ଜଣ, ଖୋର୍ଦ୍ଧାରୁ ୭ଜଣ, ମୟୁରଭଞ୍ଜରୁ ୮ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୫ଜଣ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ୨ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୪ଜଣ ଓ ରାଜ୍ୟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩,୩୫,୫୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩,୨୫,୭୭୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୩୭,୩୨,୮୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Exit mobile version