Site icon ଆଜିକାଲି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଉପରତଳ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୭୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୮ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ୫ଜଣ ଥିବାବେଳେ କଟକରୁ ୭ଜଣ, ଦେଓଗଡ଼ରୁ ୨ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂହପୁରରୁ ୩ଜଣ, ଯାଜପୁରରୁ ୨ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୬ଜଣ, ଖୋର୍ଦ୍ଧାରୁ ୮ଜଣ, ମୟୁରଭଞ୍ଜରୁ ୩ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୩ଜଣ, ପୁରୀରୁ ୮ଜଣ, ସମ୍ବଲପୁରରୁ ୭ଜଣ, ସୁନ୍ଦରଗଡ଼ରୁ ୧୪ଜଣ ଓ ରାଜ୍ୟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩,୩୫,୬୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩,୨୫,୮୭୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୩୭,୪୨,୮୬୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Exit mobile version