Site icon ଆଜିକାଲି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଉପରତଳ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଆଜି ପୁଣି ଦୈନିକ ସଂକ୍ରମଣ ଶହେ ତଳେ ରହିଛି। ଏହାରି ମଧ୍ୟରେ ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ ଜିଲାରୁ ୮୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୩୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ନୂତନ ସଂକ୍ରମିତଙ୍କ ମଧ୍ୟରୁ ସମ୍ବଲପୁର ଜିଲାରୁ ୧୫ ଜଣ ଥିବାବେଳେ ଖୋର୍ଦ୍ଧାରୁ ୧୩ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ, କଟକରୁ ୧୦ ଜଣ, କଳାହାଣ୍ଡି, ନୂଆପଡ଼ାରୁ ୫ ଜଣ, ବାଲେଶ୍ବରରୁ ୪ ଜଣ, ବରଗଡ଼, ବଲାଙ୍ଗୀର, ଯାଜପୁର, ଝାରସୁଗୁଡ଼ା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ ଜିଲାରୁ ୨ ଜଣ ଲେଖାଁଏ, ଗଞ୍ଜାମ ଓ କନ୍ଧମାଳ ଜିଲାରୁ ଜଣେ ଲେଖାଁଏ ଏବଂ ରାଜ୍ୟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩,୩୫,୩୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩,୨୫,୪୪୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୩୬,୯୯,୧୬୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Exit mobile version