Site icon ଆଜିକାଲି

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮୪୨ କରୋନା ସଂକ୍ରମିତ ଚିହ୍ନଟ ଓ ଜଣେ ମୃତ

ନୂଆଦିଲ୍ଲୀ : ଭାରତରେ ଗତ ୨୪ ଘଣ୍ଟାରେ କୋଭିଡ-୧୯ର ଆଉ ୮୪୨ଟି ନୂଆ ମାମଲା ଆସିଛି । ଏଥି ସହିତ ଦେଶରେ ଏପର୍ଯ୍ୟନ୍ତ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୬,୬୪,୮୧୦ କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଚିକିତ୍ସାଧୀନ ବା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୨,୭୫୨କୁ ହ୍ରାସ ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତରଫରୁ ଶୁକ୍ରବାର ସକାଳ ୮ ଟା ପର୍ଯ୍ୟନ୍ତ ପ୍ରକାଶିତ ଅଦ୍ୟତନ ତଥ୍ୟ ଅନୁଯାୟୀ, କୋଭିଡ୍-୧୯ ଯୋଗୁଁ ଆଉ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି । ଦେଶରେ ମୋଟ କୋଭିଡ୍ ମୃତ୍ୟୁ ସଂଖ୍ୟା ୫,୩୦,୫୨୦କୁ ବୃଦ୍ଧି ପାଇଛି। ।

ତଥ୍ୟ ଅନୁଯାୟୀ, ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ମୋଟ ସଂକ୍ରମଣର ୦.୦୩ ପ୍ରତିଶତ ହୋଇଥିବାବେଳେ କୋଭିଡ-୧୯ ରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୯୮.୭୮ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ କୋଭିଡ-୧୯ ପାଇଁ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟାରେ ୪୩୫ ହ୍ରାସ ରେକର୍ଡ କରାଯାଇଛି। ଏହି ରୋଗରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୪,୪୧,୨୧,୫୩୮ କୁ ବୃଦ୍ଧି ପାଇଥିବାବେଳେ ମୃତ୍ୟୁ ହାର ୧.୧୯ ପ୍ରତିଶତ ରହିଛି। ଦେଶବ୍ୟାପୀ କୋଭିଡ-୧୯ ଟିକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ୨୧୯.୭୭ କୋଟି ଡୋଜ୍ ଟିକା ଦିଆଯାଇଛି।

Exit mobile version