Site icon ଆଜିକାଲି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୧୦୦ ତଳକୁ ହିଁ ରହିଛି ଦୈନିକ କୋରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୮୯ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୫୩ ଓ ସ୍ଥାନୀୟ ଅଞ୍ଚଳରୁ ୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୬ ଜଣ ୧୮ ବର୍ଷରୁ କମ ବୟସ୍କ ।

ବାଲେଶ୍ବର ଜିଲ୍ଲାରୁ ୧୦ , ବରଗଡ଼ରୁ ୨ , ବଲାଙ୍ଗୀରରୁ ୧, କଟକରୁ ୧୧ , ଦେବଗଡରୁ ୧, ଜଗତସିଂହପୁରରୁ ୨, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୧ , କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୧୬, ମୟୂରଭଞ୍ଜରୁ ୩ , ନୟାଗଡ଼ରୁ ୨ , ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୨ , ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟପୁଲରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏବେ ୫୮୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Exit mobile version