Site icon ଆଜିକାଲି

ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ବୃଦ୍ଧି

ନୂଆଦିଲ୍ଲୀ : ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ବୃଦ୍ଧି ପାଇବାରେ ଲାଗିଛି । ଅଶୋଧିତ ବ୍ରେଣ୍ଟ ମୂଲ୍ୟ ବ୍ୟାରେଲ ପିଛା ୯୧ ଡଲାର ରହିଥିବା ବେଳେ ଅଶୋଧିତ ଡବ୍ଲୁଟିଆଇ ମୂଲ୍ୟ ବ୍ୟାରେଲ ପିଛା ୮୮ ଡଲାର ରହିଛି । ଅନ୍ୟପଟେ ଦେଶରେ ତୈଳ ଓ ଗ୍ୟାସ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ କରିନାହାନ୍ତି ।

ଇଣ୍ଡିଆନ୍ ଅଏଲ ୱେବସାଇଟ୍ ମୁତାବକ ରାଜଧାନୀ ଦିଲ୍ଲୀରେ ଶନିବାର ପେଟ୍ରୋଲ ମୂଲ୍ୟ ଲିଟର ପିଛା ୯୬.୭୨ ଟଙ୍କା ରହିଥିବା ବେଳେ ଡିଜେଲ ଲିଟର ପିଛା ୮୯.୬୨ ଟଙ୍କା ରହିଛି । ମୁମ୍ବଇରେ ପେଟ୍ରୋଲ ଲିଟର ପିଛା ୧୦୬.୩୧ ଟଙ୍କା ରହିଥିବା ବେଳେ ଡିଜେଲ ଲିଟର ପିଛା ୯୪.୨୭ ଟଙ୍କା ରହିଛି । କଲକାତାରେ ପେଟ୍ରୋଲ ଲିଟର ପିଛା ୧୦୬.୦୩ ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ଥିବା ବେଳେ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା ରହିଛି ।

Exit mobile version