Site icon ଆଜିକାଲି

ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଏବେ ମୌସୁମୀ ଦୁର୍ବଳ ହୋଇପଡିଛି । ଏହାର ପ୍ରଭାବରେ ରାଜ୍ୟରେ ଦିନ ତାପମାତ୍ରାରେ ବୃଦ୍ଧି ହୋଇଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

ଗତ ସୋମବାର ରାଜ୍ୟର ୬ଟି ସହରରେ ଦିନ ତାପମାତ୍ରା ୩୫ ଡିଗ୍ରୀ କିମ୍ବା ଅଧିକ ଥିଲା । ୩୫.୮ ଡିଗ୍ରୀ ସେଲସିୟସ ତାପମାତ୍ରା ସହ ଚାନ୍ଦବାଲି ଥିଲା ସବୁଠାରୁ ଉତ୍ତପ୍ତ ସହର । ଦୁର୍ବଳ ମୌସୁମୀ ପ୍ରଭାବ ଆହୁରି ୪ରୁ ୫ ଦିନ ରହିବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Exit mobile version