Site icon ଆଜିକାଲି

ଟେଷ୍ଟ ମ୍ୟାଚ୍ ଡ୍ର, ୨-୧ରେ ସିରିଜ ଜିତିଲା ଭାରତ

ଅହମ୍ମଦାବାଦ : ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିବା ବର୍ଡର ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ନିର୍ଣ୍ଣାୟକ ମ୍ୟାଚ୍ ଡ୍ର । ଏଥିସହ ୪ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ଶୃଙ୍ଖଳାକୁ ଭାରତ ୨-୧ରେ ଜିତି ନେଇଛି। ଦ୍ଵିତୀୟ ଇନିଂସରେ ଅଷ୍ଟ୍ରେଲିଆ ୨ ଓ୍ଵିକେଟ୍ ହରାଇ ୧୭୫ ରନ କରିବା ସହ ପଞ୍ଚମ ଦିନର ଖେଳ ଶେଷ ହୋଇଛି। ଚତୁର୍ଥ ଟେଷ୍ଟ ଡ୍ର ହେବା ସହ ଭାରତ ବିଶ୍ଵ ଟେଷ୍ଟ ଚାମ୍ପିଅନସିପର ଫାଇନାଲ୍‌ରେ କ୍ରମାଗତ ଦ୍ଵିତୀୟ ଥର ପ୍ରବେଶ କରିଛି।

ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୪୮୦ ରନ ଜବାବରେ ଭାରତ ପ୍ରଥମ ଇନିଂସରେ ୫୭୧ ରନ କରିଥିଲା। ଦଳ ପକ୍ଷରୁ ବିରାଟ କୋହଲି ୧୮୬ ରନର ଦମଦାର ଇନିଂସ ଖେଳିଥିବା ବେଳେ ଶୁଭମନ ଗିଲ୍ ୧୨୮ ରନ କରିଥିଲେ। ଅକ୍ଷର ପଟେଲ୍ ୭୯ ରନ କରିଥିଲେ। ପ୍ରଥମ ଏବଂ ଦ୍ୱିତୀୟ ମ୍ୟାଚ୍ ଭାରତ ଜିତିଥିଲା। ତୃତୀୟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବିଜୟ ପଥକୁ ଫେରିଥିଲା।

Exit mobile version