Site icon ଆଜିକାଲି

ଜୁନ ୯ରୁ କଳିଙ୍ଗରେ ଇଣ୍ଟର କଣ୍ଟିନେଣ୍ଟାଲ ଫୁଟବଲ, ମୁଖ୍ୟମନ୍ତ୍ରୀ କିଣିଲେ ପ୍ରଥମ ଟିକେଟ

ଭୁବନେଶ୍ୱର : ଆସନ୍ତା ଜୁନ ମାସ ୯ ତାରିଖରୁ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ଇଣ୍ଟର କଣ୍ଟିନେଣ୍ଟାଲ ଫୁଟବଲ ଟୁର୍ଣ୍ଣାମେଣ୍ଟ । ଏଥିପାଇଁ ଟିକେଟ ବିକ୍ରି ଆରମ୍ଭ ହୋଇଛି । ପ୍ରଥମ ଟିକେଟ କିଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାରତୀୟ ଫୁଟବଲ ଟିମ୍ କୋଚଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ ପ୍ରଦାନ କରିଛନ୍ତି ଭାରତୀୟ ଦଳର ଅଧିନାୟକ ସୁନିଲ ଛେତ୍ରୀ । ପ୍ରଥମ ଥର ଲାଗି ଓଡ଼ିଶା ଏକ ଆନ୍ତର୍ଜାତୀୟ ପୁରୁଷ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆୟୋଜନ କରୁଛି । ବହୁ ସଂଖ୍ୟାରେ ଫୁଟବଲପ୍ରେମୀ କଳିଙ୍ଗ ଷ୍ଟାଡିୟମରେ ଖେଳାଳିମାନଙ୍କୁ ଉତ୍ସାହିତ କରିବାକୁ ମୁଖ୍ୟମନ୍ତ୍ରୀ ଅପିଲ କରିଛନ୍ତି ।

ଇଣ୍ଟର କଣ୍ଟିନେଣ୍ଟାଲ ପୁରୁଷ ଫୁଟବଲ ଟୁର୍ଣ୍ଣାମେଣ୍ଟ ଜୁନ ୧୮ ତାରିଖ ଯାଏଁ ଚାଲିବ । ଏଥିରେ ଭାରତ ସମେତ ଲେବାନନ, ମାଙ୍ଗୋଲିଆ ଏବଂ ଭାନୋଟା ଟିମ୍ ଭାଗ ନେବେ ।

Exit mobile version