Site icon ଆଜିକାଲି

ଅଯୋଧ୍ୟା ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଇଁ ସୋନିଆ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ନିମନ୍ତ୍ରଣ

ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବାକୁ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ଓ ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ନିମନ୍ତ୍ରଣ କରାଯାଇଛି । ଏହି କାର୍ଯ୍ୟକ୍ରମ ୨୨ ଜାନୁଆରୀ ୨୦୨୪ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟ ଯଜମାନ ଭାବେ ପ୍ରାଣ ପ୍ରତିଷ୍ଠା ପୂଜା ସମ୍ପାଦନ କରିବେ।

ଖଡ଼ଗେ ଓ ସୋନିଆ ଗାନ୍ଧୀଙ୍କ ବ୍ୟତୀତ ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତର ଟ୍ରଷ୍ଟ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହ ଓ ଲୋକସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କୁ ମଧ୍ୟ ନିମନ୍ତ୍ରଣ ପଠାଯାଇଛି। ସୂତ୍ରରୁ ପ୍ରକାଶ ଯେ କଂଗ୍ରେସର ବରିଷ୍ଠ ନେତାମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେବା ସମ୍ଭବ କମ୍।

ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ଭିଭିଆଇପି ଓ ସେଲିବ୍ରିଟିଙ୍କ ସହ ପ୍ରାୟ ୭,୦୦୦ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଥିବା ଟ୍ରଷ୍ଟ କହିଛି।

Exit mobile version