ଭୁବନେଶ୍ୱର : ରାଜ୍ୟରେ ୫ ଦିନ ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୭ ଜିଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଆଜିଠୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢ଼ିବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୬ ଜିଲା ଓ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୪ ଜିଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଛି । ଉତ୍ତର ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗିରହିଛି । ଚଳିତ ମୌସୁମୀ ଋତୁରେ ଜୁନ୍ରୁ ଆଜି ସୁଦ୍ଧା ରାଜ୍ୟରେ ୧୭୬.୫ ମିଲିମିଟର ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ୨୫୫.୮ ମିଲିମିଟର ତୁଳନାରେ ୩୧ ପ୍ରତିଶତ ନିଅଣ୍ଟିଆ।