Site icon ଆଜିକାଲି

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ : ଝାରସୁଗୁଡ଼ା ବିଧାନସଭା ଆସନରେ ଉପ-ନିର୍ବାଚନ ପାଇଁ ଆଜିଠାରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ମେ’ ୧୦ ତାରିଖରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ । ଆଜି ବିଜ୍ଞପ୍ତି ପ୍ରକାଶ ପାଇବା ସହ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି । ଏପ୍ରିଲ ୨୦ ତାରିଖ ଯାଏଁ ପ୍ରାର୍ଥୀପତ୍ର ଦାଖଲ କରିହେବ । ଏପ୍ରିଲ ୨୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ଏହିମାସ ୨୪ ତାରିଖ ହେଉଛି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ । ଆବଶ୍ୟକ ପଡିଲେ ମେ’ ୧୦ ତାରିଖରେ ଭୋଟ ଗ୍ରହଣ କରାଯିବ । ମେ’ ୧୩ରେ ହେବ ଭୋଟ ଗଣତି।

ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ା ଆସନ ଖାଲି ପଡିଛି । ଏହି ଆସନରେ ଶାସକ ବିଜେଡି ନବକିଶୋର ଦାସଙ୍କ ଝିଅ ଦୀପାଳିଙ୍କୁ ପ୍ରାର୍ଥୀ କରିଥିବା ବେଳେ ପୂର୍ବତନ ବିଧାୟକ ସ୍ୱର୍ଗତ ବୀରେନ୍ଦ୍ର ପାଣ୍ଡେଙ୍କ ପୁଅ ତରୁଣଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ। ବିଜେପି ପକ୍ଷରୁ ଟଙ୍କଧର ତ୍ରିପାଠୀଙ୍କୁ ପ୍ରାର୍ଥୀ କରାଯାଇଛି ।

Exit mobile version