ଭୁବନେଶ୍ବର : ସାମ୍ବାଦିକ ସ୍ବାସ୍ଥ୍ୟବୀମା ଆବେଦନ ସମୟସୀମା ବୃଦ୍ଧି କରାଯାଇଛି । ଆଜି ଆବେଦନର ଥିଲା ଶେଷ ତାରିଖ। କିନ୍ତୁ ଏହାକୁ ବୃଦ୍ଧି କରାଯାଇ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ରଖାଯାଇଛି।
ଗୋପବନ୍ଧୁ କର୍ମଜୀବି ସାମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନା ୨୦୨୩- ୨୪ ପାଇଁ ହିତାଧିକାରୀ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଯୋଜନାରେ ସଂଯୋଗୀକରଣ ପାଇଁ ଇଛୁକ ସାମ୍ବାଦିକ କୌଣସି ସ୍ୱୀକୃତିପ୍ରାପ୍ତ ମୁଦ୍ରିତ କିମ୍ବା ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ଆବଶ୍ୟକ ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଥିଲା । ସାମ୍ବାଦିକମାନେ ଆଗାମୀ ଅଗଷ୍ଟ ୭ ତାରିଖ ସୁଦ୍ଧା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜାରି କରାଯାଇଥିବା ପୋର୍ଟାଲ http://owjws.odisha.gov.in ରେ ନିଜ ନାମକୁ ପଞ୍ଜିକରଣ କରିବା ସହ ଅନଲାଇନରେ ସ୍ୱାସ୍ଥ୍ୟବୀମା ନିମନ୍ତେ ଆବେଦନ ପତ୍ର ଦାଖଲ କରିବାକୁ ପଡ଼ିବ ବୋଲି କୁହାଯାଇଥିଲା । ବର୍ତ୍ତମାନ ଧାର୍ଯ୍ୟ ତାରିଖରେ ଅଗଷ୍ଟ ୧୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।