Site icon ଆଜିକାଲି

କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା, ଅନ୍ତରୀଣ ଅଙ୍କୁଶ ଜାରି କଲେ ହାଇକୋର୍ଟ

କଟକ : କନିଷ୍ଠ ଶିକ୍ଷକ ନିଯୁକ୍ତି ଉପରେ ଅନ୍ତରୀଣ ରହିତାଦେଶ ଜାରି କଲେ ହାଇକୋର୍ଟ । ଡକ୍ୟୁମେଣ୍ଟ ଭେରିଫିକେସନ ହେବ । କିନ୍ତୁ ଚୂଡାନ୍ତ ତାଲିକା ଓ ନିଯୁକ୍ତି ହେବ ନାହିଁ ବୋଲି ହାଇକୋର୍ଟ କହିଛନ୍ତି । ୨୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ୧୮ ହଜାରରୁ ଉର୍ଦ୍ଧ୍ବ ଆଶାୟୀ କନିଷ୍ଠ ଶିକ୍ଷକ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ।

ସାରା ରାଜ୍ୟରେ ୨୦ ଓ ୨୧ ତାରିଖରେ ଡକ୍ୟୁମେଣ୍ଟ ଭେରିଫିକେସନ ହେବାର ରହିଛି । ଓସେପା ଏହି ପରୀକ୍ଷା ପରିଚାଳନା କରୁଛି । ପରୀକ୍ଷାରେ ଅନିୟମିତତା ହୋଇଥିବା ଦର୍ଶାଇ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା ।

ସୂଚନାଯୋଗ୍ୟ ଯେ ଓଡିଶା କନିଷ୍ଠ ଶିକ୍ଷକ ନିଯୁକ୍ତି ନେଇ ପ୍ରକାଶ ପାଇଥିବା ମେରିଟ୍ ଲିଷ୍ଟରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଆଣିଛନ୍ତି ଆଶାୟୀ । ଗୁରୁବାର ଓସେପା କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ପରେ ଶୁକ୍ରବାର ଭୁବନେଶ୍ବର ଲୋୟର ପିଏମଜିରେ ଆଶାୟୀମାନେ ଧାରଣା ଦେଇଥିଲେ । ମେରିଟ୍ ଲିଷ୍ଟ ପ୍ରକାଶ ପୂର୍ବରୁ କଟ୍‌ଅଫ୍ ତାଲିକା ପ୍ରକାଶ କରାଯାଇନଥିବାରୁ କେଉଁ ପ୍ରାର୍ଥୀ କେତେ ମାର୍କ ରଖିଛନ୍ତି , କଟ୍‌ଅଫ୍ ମାର୍କ କେତେ ରଖାଯାଇଛି , ତାହା ସାମ୍ନାକୁ ଅଣାଯାଉ ବୋଲି ଦାବି ହୋଇଛି ।

Exit mobile version