Site icon ଆଜିକାଲି

ଜଷ୍ଟିସ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ : ଜଷ୍ଟିସ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି । ଜଷ୍ଟିସ ତାଳପତ୍ରଙ୍କ ନାମକୁ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିଶ କରାଯାଇଛି । ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ ତାଳପତ୍ର । ବର୍ତ୍ତମାନ ମୁଖ୍ୟ ବିଚାରପତି ଥିବା ଏସ୍. ମୁରଲୀଧର ଆସନ୍ତା ମାସରେ ଅବସର ନେବେ ।

ପୂର୍ବରୁ ତ୍ରିପୁରା ହାଇକୋର୍ଟର ବିଚାରପତି ଥିବା ଜଷ୍ଟିସ ଶୁଭା‌ଶିଷ ତାଳପତ୍ରଙ୍କ ଓଡ଼ିଶା ହାଇକୋର୍ଟକୁ ବଦଳି ପାଇଁ ୨୦୨୨ ମସିହାରେ ସୁପାରିସ କରାଯାଇଥିଲା । ସେ ଜୁନ ୧୦ ତାରିଖରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ସେ ଶପଥ ନେଇଥିଲେ ।

Exit mobile version