Site icon ଆଜିକାଲି

ଜଷ୍ଟିସ ଯଶୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ : ଜଷ୍ଟିସ୍ ଯଶୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି । ମୁଖ୍ୟ ବିଚାରପତି ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତି ନେଇଛନ୍ତି । ଜଷ୍ଟିସ ଯଶୱନ୍ତ ସିଂଙ୍କୁ ନିଯୁକ୍ତି ପ୍ରଦାନ କଲେ ସୁପ୍ରିମକୋର୍ଟ । ଗତ ୨୮ ତାରିଖରେ ସୁପ୍ରିମକୋର୍ଟ କଲେଜିୟମରେ ଜଷ୍ଟିସ୍ ଯଶଓ୍ୱନ୍ତ ସିଂଙ୍କ ନାମ ସୁପାରିସ ହୋଇଥିଲା । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌ ମୁରଲିଧରଙ୍କର ମାଡ୍ରାସ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ବଦଳି ହୋଇଛି। ତାଙ୍କ ସ୍ଥାନରେ ଦାୟିତ୍ୱ ନେବେ ଜଷ୍ଟିସ ଯଶୱନ୍ତ ସିଂହ । ତେବେ ଜଷ୍ଟିସ ଯଶୱନ୍ତ ସିଂହ କେବେ ଓଡ଼ିଶାର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ସେ ନେଇ କିଛି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇନି ।

ଜଷ୍ଟିସ ଯଶୱନ୍ତ ସିଂହ ପ୍ରାୟ ଦେଢ ବର୍ଷ ହେବ ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟରତ ଅଛନ୍ତି। ୧୯୬୧ ମସିହା ଫେବୃୟାରୀ ୨୩ରେ ହରିୟାଣାର ରୋହତକରେ ଜନ୍ମିତ ଜଷ୍ଟିସ ଯଶୱନ୍ତ ସିଂହ ପୂର୍ବରୁ ପଞ୍ଜାବ ଓ ହରିୟାଣା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରି ସାରିଛନ୍ତି। ଏହାପରେ ସେ ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ କାର୍ଯ୍ୟରତ ଅଛନ୍ତି ।

Exit mobile version