Site icon ଆଜିକାଲି

ଆଜିଠୁ ରାଜ୍ୟରେ କାଳବୈଶାଖୀ

Transparent umbrella under heavy rain against water drops splash background. Rainy weather concept.

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ କାଳବୈଶାଖୀ ଆଶଙ୍କା। ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୧୯ ତାରିଖ ବେଳକୁ କେତେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବାର ମଧ୍ୟ ସମ୍ଭାବନା ରହିଛି। ମାର୍ଚ୍ଚ ୧୯ ତାରିଖ ସକାଳ ୮ଟା ୩୦ରୁ ୨୦ ତାରିଖ ସକାଳ ମଧ୍ୟରେ ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ରାୟଗଡ଼ା, ନବରଙ୍ଗପୁର, ଅନୁଗୁଳ, ନୟାଗଡ଼, ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା, କୁଆପଥର ବର୍ଷା, ଝଡ଼ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଏହି ସମୟ ମଧ୍ୟରେ ଢେଙ୍କାନାଳ, କଟକ, ଗଞ୍ଜାମ, ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ୍‌ ୨୧ ତାରିଖ ସକାଳ ମଧ୍ୟରେ କଟକ, ନୟାଗଡ଼, ଖୋର୍ଦ୍ଧା ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଏବଂ କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ ଓ ଜଗତ୍‌ସିଂହପୁର ଜିଲ୍ଲାରରେ ୩୦ରୁ ୪୦ କିମି ବେଗରେ ପବନ ଏବଂ ବଜ୍ରପାତ ସହ ବର୍ଷା ହେବାର ଆଶଙ୍କା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Exit mobile version