ପୁରୀ : ଅକ୍ଟୋବର ୧୦ରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ । ହବିଷ୍ୟାଳି ଯୋଜନା କାର୍ଯ୍ୟକାରୀ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଚୂଡାନ୍ତ ବୈଠକ ହୋଇଛି । ବର୍ତ୍ତମାନ ସୁଦ୍ଧା ସମଗ୍ର ରାଜ୍ୟରୁ ପଞ୍ଜିକରଣ କରିଛନ୍ତି ୨୯୧୯ ଜଣ ହବିଷ୍ୟାଳି । ଆଜିର ବୈଠକରେ ସମସ୍ତ ବିଭାଗର ବରିଷ୍ଠ ଅଧିକାରୀ ଯୋଗଦେଇ ହବିଷ୍ୟାଳିଙ୍କ ରହଣି, ପୂଜା, ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ, ଭଜନ କୀର୍ତନ, ସୁରକ୍ଷା ଏବଂ ମହାପ୍ରସାଦ ସେବନ ଆଦି ବ୍ୟବସ୍ଥାର ସମୀକ୍ଷା କରିଥିଲେ।
ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ଯେଉଁ ସବୁ ଦାୟିତ୍ୱ ଦିଆଯାଇଛି ତାକୁ ନିଷ୍ଠାର ସହ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଚଳିତ ବର୍ଷ ଅକ୍ଟୋବର ୧୦ ତାରିଖ ଠାରୁ ନଭେମ୍ବର ୮ ପର୍ଯ୍ୟନ୍ତ ପୁରୀରେ ହବିଷ୍ୟାଳୀ ମାନଙ୍କର ରହିବା ବ୍ୟବସ୍ଥା କରାଯାଇଛି । ହବିଷ୍ୟାଳୀ ମାନଙ୍କୁ ବୃନ୍ଦାବତୀ ନିବାସ,ବଗଲା ଧର୍ମଶାଳା, ଅକ୍ଷୟ ପାତ୍ର ଓ ମୋଚି ସାହି ସ୍ଥିତ ମୁନିସିପାଲିଟି କଲ୍ୟାଣ ମଣ୍ଡପ ଠାରେ ରଖାଯିବ । ରହଣି ସମୟରେ ସ୍ୱାସ୍ଥ୍ୟ, ପରିମଳ, ପାନୀୟ ଜଳ,ବିଦ୍ୟୁତ୍ ଯୋଗାଣ, ଆଇନ ଶୃଙ୍ଖଳା ଓ ଦର୍ଶନ ବ୍ୟବସ୍ଥା ସୁପରିଚାଳନା କରାଯିବାର ବ୍ୟବସ୍ଥା ହୋଇଛି।
October 1, 2022
0 Comment
287 Views
ପୁରୀରେ କାର୍ତ୍ତିକ ବ୍ରତ: ହବିଷ୍ୟାଳୀମାନଙ୍କ ପାଇଁ ପ୍ରସ୍ତୁତିର ସମୀକ୍ଷା
ପୁରୀ : ଅକ୍ଟୋବର ୧୦ରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ । ହବିଷ୍ୟାଳି ଯୋଜନା କାର୍ଯ୍ୟକାରୀ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଚୂଡାନ୍ତ ବୈଠକ ହୋଇଛି । ବର୍ତ୍ତମାନ ସୁଦ୍ଧା ସମଗ୍ର ରାଜ୍ୟରୁ ପଞ୍ଜିକରଣ କରିଛନ୍ତି ୨୯୧୯ ଜଣ ହବିଷ୍ୟାଳି । ଆଜିର ବୈଠକରେ ସମସ୍ତ ବିଭାଗର ବରିଷ୍ଠ ଅଧିକାରୀ ଯୋଗଦେଇ ହବିଷ୍ୟାଳିଙ୍କ ରହଣି, ପୂଜା, ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ, ଭଜନ କୀର୍ତନ, ସୁରକ୍ଷା ଏବଂ ମହାପ୍ରସାଦ ସେବନ ଆଦି ବ୍ୟବସ୍ଥାର ସମୀକ୍ଷା କରିଥିଲେ। ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ... Read More