Site icon ଆଜିକାଲି

ରାଜ୍ୟରେ ୨୧ ଯାଏ କୋହଲା ପାଗ

ଭୁବନେଶ୍ବର: ଓଡ଼ିଶା ମଧ୍ୟ ଦେଇ ପଶ୍ଚିମବଙ୍ଗରୁ ଉତ୍ତର ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲାଇନ୍‌ ସୃଷ୍ଟି ହୋଇଛି। ପ୍ରଭାବରେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରି ହ୍ରାସ ପାଇବା ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ।

ଆଜି (ଶୁକ୍ରବାର)ସକାଳ ସୁଦ୍ଧା ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁରରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ କାଳବୈଶାଖୀ ଆଶଙ୍କା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୬ ତାରିଖରେ ମଧ୍ୟ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ୧୭ରୁ ୧୯ ତାରିଖ ମଧ୍ୟରେ ଉତ୍ତର, ଉତ୍ତର ଅଭ୍ୟନ୍ତରୀଣ ଓଡ଼ିଶା ସମେତ ସମ୍ବଲପୁର, ଦେବଗଡ଼, ଜିଲ୍ଲାରେ କାଳବୈଶାଖୀ ସହ ହାଲୁକା ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

FacebookTwitterLinkedinWhatsapp
Exit mobile version