Site icon ଆଜିକାଲି

ଆଜି ୫ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଚଳିତ ମାସ ସୁଦ୍ଧା ସବୁ ଜିଲ୍ଲାରେ ପହଞ୍ଚିବ ଲକ୍ଷ୍ମୀ ବସ୍। ଆଜି ୫ ଜିଲ୍ଲାରେ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗିର, ବରଗଡ଼, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଗଡ଼ିବ ବସ୍। ସେହିପରି ୧୬ ତାରିଖରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ନୟାଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଗଡ଼ିବା ଆରମ୍ଭ କରିବ ।

୧୯ରେ ସମ୍ବଲପୁର, ସୋନପୁର, କଟକ, ଝାରସୁଗୁଡ଼ା ଓ କନ୍ଧମାଳରେ ଏବଂ ୨୧ରେ ବାଲେଶ୍ବର, ନୂଆପଡ଼ା, ବୌଦ୍ଧ, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ଆରମ୍ଭ ହେବ । ୧୨ରୁ ୨୧ ତାରିଖ ମଧ୍ୟରେ ମୁଖ୍ୟମନ୍ତ୍ରୀ ପର୍ଯ୍ୟାୟକ୍ରମେ ବିଭିନ୍ନ ଜିଲ୍ଲାରେ ଲକ୍ଷ୍ମୀ ବସର ଶୁଭାରମ୍ଭ କରିବେ। ଗତ ଜାନୁଆରୀ ୩୧ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସର ଶୁଭାରମ୍ଭ କରିଥିଲେ ।

Exit mobile version