Site icon ଆଜିକାଲି

ଜାନୁଆରୀ ମାସର ସବୁ ଛୁଟି ଦିନରେ ଖୋଲା ରହିବ ଲୋକସେବା ଭବନ ପୁଷ୍ପ ଉଦ୍ୟାନ

ଭୁବନେଶ୍ବର : ଜାନୁଆରୀ ୨୦୨୩ ରେ ଚତୁର୍ଥ ଶନିବାର ବ୍ୟତୀତ ସବୁ ସରକାରୀ ଛୁଟିରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ । ଚଳିତ ମାସରେ ରବିବାର ଦ୍ୱିତୀୟ ଶନିବାର ଓ ଅନ୍ୟ ଛୁଟିକୁ ମିଶାଇ ମୋଟ ୮ଟି ଛୁଟିରେ ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ ଜନସାଧାରଣ ଲୋକସେବା ଭବନ ପୁଷ୍ପ ଉଦ୍ୟାନ ବୁଲି ଦେଖି ପାରିବେ ।

ଆଜି ନୂଆ ବର୍ଷରେ ଜନସାଧାରଣ ଲୋକସେବା ଭବନ ଉଦ୍ୟାନ ବୁଲି ଦେଖି ପାରିବେ । ଏହି ଉଦ୍ୟାନ ବର୍ତ୍ତମାନ ବିଭିନ୍ନ କିସମର ଫୁଲରେ ସଜେଇ ହୋଇ ଅତ୍ୟନ୍ତ ମନୋରମ ପରିବେଶ ସ୍ରୁଷ୍ଟି କରିଛି ।

Exit mobile version