Site icon ଆଜିକାଲି

ଗାୟକ ସୌରୀନ ଭଟ୍ଟଙ୍କ ବିରୋଧରେ ଲୁକ୍ ଆଉଟ୍ ସର୍କୁଲାର୍ ଜାରି

କଟକ : ଯୌନ ନିର୍ଯାତନା ମାମଲାରେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ପାଇଁ ଅଡୁଆ ବଢିଛି । ସୌରୀନଙ୍କ ଆଗୁଆ ଜାମିନ ଆବେଦନକୁ କିଛିଦିନ ତଳେ ହାଇକୋର୍ଟ ଖାରଜ କରିଦେଇଥିଲେ ମଧ୍ୟ ତାଙ୍କୁ ଗିରଫ କରାଯାଇପାରି ନାହଁ। ଆଜି ସୌରୀନଙ୍କ ବିରୋଧରେ ଲୁକ୍ ଆଉଟ୍ ସର୍କୁଲାର୍ ଜାରି କରିଛି କମିଶନରେଟ ପୋଲିସ । ସୌରୀନଙ୍କୁ ଖୋଜିବାକୁ ଏକ ପୋଲିସ ଟିମ କୋଲକାତା ଯାଇଥିଲା । ହେଲେ ସୌରୀନଙ୍କୁ ନ ପାଇ ଖାଲି ହାତରେ ଫେରିଥିଲା ଟିମ୍ । କୋଲକାତାର ତିନୋଟି ସ୍ଥାନରେ ସୌରୀନଙ୍କୁ ଖୋଜିବାକୁ ପୋଲିସ ପ୍ରୟାସ କରିଥିବାବେଳେ ସଫଳ ହୋଇନଥିଲା ।

ଉଲ୍ଲେଖ ଥାଉ କି ଜଗତପୁର ସାଇ ବିହାରରେ ରହୁଥିବା ଜଣେ ବ୍ୟାଙ୍କ କର୍ମଚାରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ସୌରିନ ବାରମ୍ବାର ଦୁଷ୍କର୍ମ କରିବା ଓ ଟଙ୍କା ହଡ଼ପ କରିବା ଭଳି ସଂଗୀନ ଅଭିଯୋଗ ମହିଳା ଥାନାରେ ହୋଇଥିଲା। ପୋଲିସ ଏକ ମାମଲା ରୁଜୁ କରି ଜୁନ ୨୧ରେ କୋଲକାତା ସହରର ବାଲିଗଞ୍ଜ ଥାନା ଅଞ୍ଚଳରେ ଥିବା ସୌରିନଙ୍କ ଘରେ ଚଢ଼ଉ କରିଥିଲା। ଆଉ ଜୁନ ୨୬ରେ ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ସୌରୀନ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ, ଯାହା କି ଖାରଜ ହୋଇଯାଇଛି ।

FacebookTwitterLinkedinWhatsapp
Exit mobile version