Site icon ଆଜିକାଲି

ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ : ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଶ୍ରୀମୁଖ ଶୃଙ୍ଗାର ପରେ ଝକଟିବେ ଶ୍ରୀଜିଉ । ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଦ୍ବିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକ ମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଇତ୍ୟାଦି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ବନକ ଲାଗି କରାଯିବ । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ଆଜି ଅପରାହ୍ନ ୫ଟାରୁ ରାତ୍ରି ୯ଟା ପର୍ଯ୍ୟନ୍ତ ର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

Exit mobile version