Site icon ଆଜିକାଲି

ବଙ୍ଗୋପସାଗରରେ ବଳ ଗୋଟାଉଛି ଲଘୁଚାପ, ଶୁକ୍ରବାର ଗଭୀର ଅବପାତର ରୂପ ନେବ

ଭୁବନେଶ୍ୱର : ବଙ୍ଗୋପସାଗରରେ ବଳ ଗୋଟାଉଛି ଲଘୁଚାପ । ଶୁକ୍ରବାର ଏହା ଗଭୀର ଅବପାତର ରୂପ ନେବ । ଫଳରେ ଏହି ବାତ୍ୟା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଆସନ୍ତା ଡିସେମ୍ୱର ୪ ଓ ୫ ତାରିଖରେ ଦକ୍ଷିଣ ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ଅଛି । ୫ ଓ ୬ରେ ଉତ୍ତର ଉପକୂଳ ଜିଲ୍ଲାରେ ବର୍ଷା ହୋଇପାରେ ।

ସମୁଦ୍ର ସଂଲଗ୍ନ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱରରେ ଅଧିକ ବର୍ଷା ହେବ । ଗଞ୍ଜାମ, ଗଜପତି, ରାୟଗଡ଼ା, ଖୋର୍ଦ୍ଧା, କଟକ, ଯାଜପୁର ଓ ମୟୂରଭଞ୍ଜରେ କମ୍ ବର୍ଷା ହେବ । କିନ୍ତୁ ପବନର ଭୟ ନାହିଁ । ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି ।

Exit mobile version