Site icon ଆଜିକାଲି

୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ : ୨୬ ଯାଏଁ ପ୍ରବଳ ବର୍ଷା, ଆଜି ୧୨ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାରର ଦକ୍ଷିଣ ଉପକୂଳ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ପଶ୍ଚିମ-ଉତ୍ତର ଦିଗରେ ଗତି କରୁଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୨୬ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।

୨୩ ତାରିଖରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୪ରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ନବରଙ୍ଗପୁରରେ ୭୦ରୁ ୧୧୦ ମିମି ବର୍ଷା ହୋଇପାରେ । ୨୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୨୬ରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗ ପକ୍ଷରୁ ଏହିସବୁ ଜିଲାକୁ ଆଲର୍ଟ ଜାରି କରାଯାଇଛି ।

ସୂଚନା ଯେ, ରବିବାର ବୌଦ୍ଧରେ ସର୍ବାଧିକ ୬୪.୪ମିମି ବର୍ଷା ହୋଇଛି । ଭୁବନେଶ୍ୱରରେ ୧୫.୨ ଓ ନୂଆପଡ଼ାରେ ୧୪.୪ମିମି ବର୍ଷା ହୋଇଛି ।

Exit mobile version