Site icon ଆଜିକାଲି

୭ରେ ଲଘୁଚାପ ସମ୍ଭାବନା: ଆଜି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ଵର: ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ହେବା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୬ ତାରିଖ ବେଳକୁ ଏକ ନିମ୍ନ ଚାପରେଖା ଏବଂ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଅନ୍ୟପଟେ ଆସନ୍ତା ୭ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଯାହାଫଳରେ ଦକ୍ଷିଣ ଓଡିଶା ଏବଂ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

Exit mobile version