ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆପ୍ ନେତା ମନୀଷ ସିସୋଦିଆଙ୍କୁ ଜାମିନ ମିଳିଛି। ଦିଲ୍ଲୀ ଅବକାରୀ ଦୁର୍ନୀତି ଓ ଅର୍ଥ ହେରଫେର ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟ ସିସୋଦିଆଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଦୁଇ ଜଣିଆ ଖଣ୍ଡପୀଠ ତାଙ୍କ ଜାମିନ ଆବେଦନ ଉପରେ ରାୟ ଶୁଣାଇ ସର୍ତ୍ତ ଆଧାରରେ ଜାମିନ ପ୍ରଦାନ କରିଛନ୍ତି। ପାସପୋର୍ଟ ଜମା କରିବା ସହ ସାକ୍ଷୀଙ୍କୁ ପ୍ରଭାବିତ ନ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ସିସୋଦିଆଙ୍କୁ ନିର୍ଦେଶ ଦେଇଛନ୍ତି। ଗିରଫ ହେବାର ଦୀର୍ଘ ୧୮ ମାସ ପରେ ମନୀଷ ସିସୋଦିଆଙ୍କୁ ଜାମିନ ମିଳିଛି।
ସୂଚନା ଯେ, ଦିଲ୍ଲୀ ଅବକାରୀ ନୀତି ୨୦୨୧-୨୨ରେ ଅନିୟମିତତା ଅଭିଯୋଗରେ ଫେବୃଆରୀ ୨୬, ୨୦୨୩ରେ ସିବିଆଇ ଦ୍ୱାରା ଗିରଫ ହୋଇଥିଲେ ମନୀଷ ସିସୋଦିଆ।