Site icon ଆଜିକାଲି

ଓଡ଼ିଶାରେ ପହଞ୍ଚିଲା ସହିଦ ଦେବାଶିଷଙ୍କ ପାର୍ଥିବ ଶରୀର, ଦିଆଗଲା ଗାର୍ଡ ଅଫ ଅନର

ଭୁବନେଶ୍ୱର : ଓଡ଼ିଶାରେ ପହଞ୍ଚିଛି ସହିଦ ଦେବାଶିଷ ବିଶ୍ବାଳଙ୍କ ପାର୍ଥିବ ଶରୀର । ଦେବାଶିଷଙ୍କ ପାର୍ଥିବ ଶରୀର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଞ୍ଚିଲା ପରେ ଗାର୍ଡ ଅଫ ଅନର ଦିଆଯାଇଥିଲା । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ସହିଦ ଦେବାଶିଷଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଦେବାଶିଷଙ୍କ ପତ୍ନୀ ମଧ୍ୟ ବିମାନବନ୍ଦରରେ ଉପସ୍ଥିତ ଥିଲେ । ଜନ୍ମମାଟି ପୁରୀ ଜିଲ୍ଲା ସତ୍ୟବାଦୀ ଖଣ୍ଡାୟତ ସାହିରେ ବୀର ସହିଦ ଯବାନଙ୍କ ଶେଷକୃତ୍ୟ । ଗୁରୁବାର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣରେ ସହିଦ ରାଷ୍ଟ୍ରୀୟ ରାଇଫଲ୍ସର ୫ ଜଣ ଯବାନଙ୍କ ମଧ୍ୟରେ ଦେବାଶିଷ ବି ଥିଲେ । ସହିଦ ଦେବାଶିଷଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୫ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି।

Exit mobile version