Site icon ଆଜିକାଲି

ମାଟ୍ରିକ ପରୀକ୍ଷା ଆରମ୍ଭ, ଏ ବର୍ଷ ପରୀକ୍ଷା ଦେଉଛନ୍ତି ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ

କଟକ : ଆଜିଠାରୁ ମାଟ୍ରିକ ପରୀକ୍ଷା। ସକାଳ ୮ ଟାରୁ ୧୦ଟା ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ। ମାର୍ଚ୍ଚ ୧୭ ତାରିଖ ଯାଏଁ ଚାଲିବ ପରୀକ୍ଷା । ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ବି ହେବ। ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀ କେବଳ ଆଡମିଟ କାର୍ଡ, ପେନ୍, ପେନସିଲ ଓ ଜମେଟ୍ରି ବକ୍ସ ନେଇପାରିବେ ।

ଏ ବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପୂରଣ କରିଛନ୍ତି । ୩ ହଜାର ୨୧୮ଟି କେନ୍ଦ୍ରରେ ପରୀକ୍ଷା ହେବ ।ଏଥିପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ୩୧୬ଟି ନୋଡାଲ ସେଣ୍ଟର ପ୍ରତିଷ୍ଠା କରାଯାଇଛି । ମାଓ ଅଧ୍ୟୁଷିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର ରହିଛି।

ଏଥର କପି ରୋକିବାକୁ ବିଶେଷ ପଦକ୍ଷେପ ନିଆଯାଇଛି। ଏଥିପାଇଁ ଗଠନ ହୋଇଛି ସ୍ୱତନ୍ତ୍ର ସ୍କ୍ୱାଡ୍ । ପରୀକ୍ଷା କେନ୍ଦ୍ରଗୁଡିକରେ ସିସିଟିଭି ବ୍ୟବସ୍ଥା କରାଯାଇଛି। ଏହାସହ ଶିକ୍ଷକମାନେ ପରୀକ୍ଷା କେନ୍ଦ୍ରକୁ ଯିବାବେଳେ ସେମାନଙ୍କ ମୋବାଇଲ ସ୍ୱିଚ୍‌ ଅଫ୍‌ ମୋଡରେ ନିର୍ଦ୍ଦିଷ୍ଟ ସ୍ଥାନରେ ରହିବ।

Exit mobile version