Site icon ଆଜିକାଲି

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ

ଭୋପାଳ: ବିଜେପି ବିଧାୟକ ଦଳର ନେତା ତଥା ଦକ୍ଷିଣ ଉଜ୍ଜୟିନୀ ବିଧାୟକ ମୋହନ ଯାଦବ ବୁଧବାର ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ରାଜ୍ୟ ରାଜଧାନୀ ଭୋପାଳର ଲାଲ ପ୍ୟାରେଡ ଗ୍ରାଉଣ୍ଡରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ମଙ୍ଗୁଭାଇ ପଟେଲ ୫୮ ବର୍ଷୀୟ ମୋହନ ଯାଦବଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ଉପମୁଖ୍ୟମନ୍ତ୍ରୀ ଭାବେ ବିଜେପି ବିଧାୟକ ଜଗଦୀଶ ଦେବଦା ଏବଂ ରାଜେନ୍ଦ୍ର ଶୁକ୍ଲା ମଧ୍ୟ ଶପଥ ନେଇଛନ୍ତି।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ସଭାପତି ଜେ ପି ନଡ୍ଡା ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ସହ ଦଳର ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି, କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ।

Exit mobile version