Site icon ଆଜିକାଲି

ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇଲେ ମୋହନ ମାଝୀ

ଭୁବନେଶ୍ୱର : ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଥିବା ମୋହନ ମାଝୀ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ସେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ତାଙ୍କ ସହ ସମସ୍ତ ୭୮ ଜଣ ବିଜେପି ବିଧାୟକ ଓ ୩ ଜଣ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ରହିଥିବା ସେ ରାଜ୍ୟପାଳଙ୍କୁ ଅବଗତ ଜଣାଇଛନ୍ତି। ୩ ସ୍ୱାଧୀନ ବିଧାୟକ ବିଜେପିକୁ ସମର୍ଥନ କରୁଥିବା ଗୋଟିଏ ପତ୍ର ମଧ୍ୟ ସେ ରାଜ୍ୟପାଳଙ୍କୁ ଦେଇଛନ୍ତି। ଏହାପରେ ରାଜ୍ୟପାଳ ତାଙ୍କୁ ସରକାର ଗଠନ କରିବାକୁ ଅନୁମତି ଦେଇଛନ୍ତି।

ମୋହନ ମାଝୀ ରାଜ୍ୟପାଳଙ୍କୁ ଭେଟିବା ସମୟରେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିଥିଲେ। ଏମାନଙ୍କ ବ୍ୟତୀତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ଆଉ କିଛି ବରିଷ୍ଠ ବିଜେପି ନେତା ମଧ୍ୟ ରହିଥିଲେ।

Exit mobile version