Site icon ଆଜିକାଲି

୧୯ ଫେବୃଆରୀ ସୋମବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ- ସ୍ୱଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି । ପରିବାରର ସମ୍ପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ ।

ବୃଷ- ଆନୁଷ୍ଠାନିକ କ୍ଷେତ୍ର, ସଭାସମିତିରେ ସମ୍ମାନିତ ହେବେ । ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ ।

ମିଥୁନ- ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାରେ । ମାଙ୍ଗଳିକ କାର‌୍ୟ୍ୟ କରିବା ପାଇଁ ବିଚାର କରିବେ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ ।

କର୍କଟ- ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ଆକସ୍କିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ ।

ସିଂହ- ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । କର୍ମକ୍ଷେତ୍ରରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ ।

କନ୍ୟା- ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ । ବାଣିଜ୍ୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଛାତ୍ରଛାତ୍ରି କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ ।

ତୁଳା- ସମ୍ପର୍କୀୟଙ୍କ ଅନୁକମ୍ପା ଲାଭକରି କାର୍ଯ୍ୟ ପାଇଁ ପ୍ରସ୍ତୁତ ହୋଇପାରନ୍ତି । ଆଲୋଚନା ପରିସରରେ ବନ୍ଧୁଙ୍କ ପ୍ରତି ସ୍ନେହ ପ୍ରଦର୍ଶନକରି ପ୍ରଶଂସିତ ହେବେ । ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।

ବିଛା- ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଘର ଲୋକଙ୍କ ସାହାର‌୍ୟ୍ୟରେ ଅଧୁରା କାମ ପୂରା କରିବେ । ବ୍ୟବସାୟରେ ତ୍ୱରିତ ନିଷ୍ପତି ଲାଭପ୍ରଦ ହେବ । ରାଜନୀତି, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ । ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି ।

ଧନୁ- ଶିଳ୍ପ, ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଅତୀତ କଥାକୁ ଚିନ୍ତାକରି ପରିସ୍ଥିତିକୁ ଯେତେ ଜଟିଳ ମନେ କରୁଛନ୍ତିି ସେମିତି କିଛି ହେବନି । ଚାକିରିରେ କିଛି ପରିବର୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ ।

ମକର- ପ୍ରେମ ପ୍ରସଂଙ୍ଗରେ ଆପଣ ସଫଳତା ପାଇବେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ । ବେପାରରେ ପ୍ରଚୁର ଲାଭ ମିଳିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ହେବ ।

କୁମ୍ଭ- ଆପଣ କାନ୍ଧରେ ଆଘାତ ପାଇ ପାରନ୍ତି । ରପ୍ତାନି କାରବାର ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ । ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ ।

ମୀନ- ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ।

Exit mobile version