ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।
ବୃଷ : ନିଜର ଉଚ୍ଚଅଧିକାରୀ ଏବଂ ସହକର୍ମୀମାନଙ୍କ ସହ କଳି ନ କରିବାକୁ ଚ଼େଷ୍ଟା କରନ୍ତୁ । ଆପଣ ନୀରବ ରହିବା ଭଲ । ଆପଣ ଆଜି ଖୁସି ହେବେ ଯେତେବେଳେ ଆପଣ ଦେଖିବେଯେ ଆପଣ ଶାନ୍ତ ରହିବା ଦ୍ୱାରା ସବୁ କଥା ସ୍ୱାଭାବିକ ହୋଇଯାଇଛି ।
ମିଥୁନ : ଗ୍ରହମାନଙ୍କର ଖରାପ ପ୍ରଭାବ ଯୋଗୁଁ ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।
କର୍କଟ : କେବେ ଆପଣ ଭାବିଛନ୍ତି ଯେ କାହିଁକି ଆପଣଙ୍କ ଘରେ ଏତେ କଳି ହେଉଛି ? ବୋଧହୁଏ ଆପଣଙ୍କୁ ନିଜ କ୍ରୋଧ ସମ୍ବରଣ କରିବା ଉଚ଼ିତ୍ । ଆପଣ ନିଜ ପରିବାରବର୍ଗଙ୍କୁ ସମ୍ମାନ ପ୍ରଦର୍ଶନ କଲେ ସେମାନେ ମଧ୍ୟ ଆପଣଙ୍କୁ ପ୍ରତିଦାନରେ ଯଥୋଚ଼ିତ ସମ୍ମାନ ଦେବେ ।
ସିଂହ : ଆଜି ଆପଣ ଘରେ ସାବଧାନ ରୁହନ୍ତୁ କାରଣ କଳିହେବାର ପ୍ରବଳ ସମ୍ଭାବନା ରହିଛି । ଆଯଥା କଳିରୁ ବଞ୍ଚନ୍ତୁ । ଗ୍ରହଚ଼ଳନ ଖରାପ ଥିବାରୁ ଘରେ ଅଶାନ୍ତି ରହିବ ।
କନ୍ୟା : ଆଜି ଆପଣ ଶାନ୍ତି ପୂର୍ବକ ଘରେ କୌଣସି କଳିକୁ ସମାଧାନ କରିବାକୁ ଚେଷ୍ଟାକରିବେ । ଯଦି ଆପଣ ଏବଂ ଆପଣଙ୍କ ପରିବାର ଲୋକଙ୍କ ମଧ୍ୟରେ କଳି ହୋଇଯାଏ, ତେବେ ଆପଣ ନିଜକୁ ସେମାନଙ୍କ ମଧ୍ୟରେ ଫସିଯାଇଥିବାର ପାଇବେ ।
ତୁଳା : ଘରେ ଲାଗିରହିଥିବା ଅଶାନ୍ତି ଯୋଗୁଁ ଆପଣ ଚ଼ିନ୍ତିତ ହୋଇପାରନ୍ତି । ଯଦିଓ ଘରର ଅଶାନ୍ତିର କାରଣ ଆପଣ ନୁହଁନ୍ତି ତଥାପି ମାନସିକ ଶାନ୍ତି ପାଇଁ ନିଜର ଭାବନାକୁ ନିୟନ୍ତ୍ରଣରେ ରଖନ୍ତୁ ।
ବିଛା : ଘରେ ଲାଗିରହିଥିବା ଉଦାସ ଭାବ ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।
ଧନୁ : ଆଜି ଆପଣଙ୍କୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ, କାରଣ କିଛି ଭୁଲ ବୁଝାମଣା ଯୋଗୁଁ ଆପଣ ଏବଂ ଆପଣଙ୍କ ସମ୍ପର୍କୀୟମାନଙ୍କ ମଧ୍ୟରେ କଳି ହୋଇପାରେ ।
ମକର : ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ ଘରର ଶାନ୍ତି ଭଙ୍ଗ ହବାକୁ ଦିଅନ୍ତୁ ନାହିଁ । ନିଜ କ୍ରୋଧକୁ ନିଜ ଭିତରେ ରଖିବା ହିଁ ମଙ୍ଗଳ ।ଏହି କଳହ ଦ୍ୱାରା ଆପଣ ଲାଭବାନ ହେବେ ନାହିଁ ବରଂ ଏହା ଆପଣଙ୍କର ଅଧିକ ଚ଼ିନ୍ତାର କାରଣ ହେବ ।
କୁମ୍ଭ : ଆଜି ଆପଣ ନିଜର ବନ୍ଧୁମାନଙ୍କ କଥା ନଶୁଣି ,ନିଜର ହୃଦୟ କଥା ଶୁଣନ୍ତୁ ।ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ ।ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚ଼ିତ୍ ।
ମୀନ : ଆଜି ଆପଣ ଦାୟୀତ୍ତ୍ୱର ସହ କିଛି କାମ କରିବାରେ ଅସୁବିଧା ହେବ । ଆପଣ ନିଜ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ କରନ୍ତୁ କିନ୍ତୁ ଧୀର ମସ୍ତିଷ୍କରେ ଯୋଜନା କରନ୍ତୁ । ଶେଷରେ ଦେଖିବେ ଆପଣ ସମସ୍ତ କାର୍ଯ୍ୟ ସୁରୁଖୁରରେ କରିପାରିବେ ।