ମେଷ- ପ୍ରେମ ସମ୍ପର୍କ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ବୃଷ- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ।
ମିଥୁନ- ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହୋଇପାରନ୍ତି । ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଜମି , ଦଲାଲ୍ ଯଥେଷ୍ଟ ଲାଭ ମିଳିବ ।
କର୍କଟ- କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ ବୃଦ୍ଧି ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ । ମାନସିକ ଦୁଶ୍ଚିନ୍ତା କମିବ
ସିଂହ- କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
କନ୍ୟା- ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । ଭାଇଭଉଣୀ ମିଶି ସୁସ୍ୱାଦ ଭୋଜନର ଆନନ୍ଦ ନେବେ । ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ ।
ତୁଳା- ଇ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ । ମହିଳା ମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ଛାତ୍ର ଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।
ବିଛା- ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ ।
ଧନୁ- ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ।
ମକର- ପାରିବାରିକ ଜୀବନ ଆମୋଦ ଦାୟକ ହେବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ , ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ ।
କୁମ୍ଭ-କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ ।
ମୀନ- ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।