Site icon ଆଜିକାଲି

ରାଜ୍ୟରୁ ଫେରିଗଲା ମୌସୁମୀ, ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୨୪ ତାରିଖଠାରୁ ଉପକୂଳରେ ବର୍ଷା

ଭୁବନେଶ୍ବର : ଓଡ଼ିଶାରୁ ବିଦାୟ ନେଇଛି ମୌସୁମୀ। ସାରାରାଜ୍ୟରୁ ମୈ।ସୁମୀ ଅପସାରିତ ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଏଣେ ରାଜ୍ୟକୁ ସମ୍ଭାବ୍ୟ ବାତ୍ୟା ଆଶଙ୍କା ଟଳିଥିବା ବେଳେ ଆସନ୍ତାକାଲିଠୁ ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ପବନ ବହିବା ଆରମ୍ଭ ହୋଇଯିବ। ୨୪ତାରିଖ ସକାଳୁ ଉପକୂଳ ଜିଲ୍ଲାଗୁଡ଼ିକରେ ବର୍ଷା ଆରମ୍ଭ ହେବା ସମ୍ଭାବନା ରହିଛି । ୨୬ ତାରିଖ ଯାଏ ଉପକୂଳରେ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆସନ୍ତା ୨୪ଘଣ୍ଟା ସୁଦ୍ଧା ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତର ରୂପ ନେବ। ପରବର୍ତ୍ତୀ ୨୪ଘଣ୍ଟାରେ ଏହା ଉତ୍ତରପଶ୍ଚିମ ଆଡ଼କୁ ଗତ କରି ଅଧିକ ଘନୀଭୂତ ହେବ ଓ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ୨୩ ତାରିଖ ବେଳକୁ ଏକ ଗଭୀର ଅବପାତରେ ପରିଣତ ହେବ। ପରବର୍ତ୍ତୀ ସମୟ‌ରେ ଏହା ଦିଗ ବଦଳାଇବା ସହ ଧୀରେ ଧୀରେ ଉତ୍ତରକୁ ଗତି କରି ଅଧିକ ଘନୀଭୂତ ହେବ। ୨୪ ତାରିଖ ଦିନ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ। ଏହାପରେ ବାତ୍ୟା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ଓଡ଼ିଶା ଉପକୂଳ ଅତିକ୍ରମ କରି ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ପହଞ୍ଚିବ।

Exit mobile version