Site icon ଆଜିକାଲି

ରାଜ୍ୟରେ ମୌସୁମୀ ବର୍ଷା ଜାରି, ଆଜି ସୃଷ୍ଟି ହେବ ଲଘୁଚାପ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଅଞ୍ଚଳରେ ମୌସୁମୀ ବର୍ଷା ଲାଗି ରହିଥିବା ବେଳେ ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଆଗାମୀ କିଛି ଘଣ୍ଟା ଭିତରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ୭ ଦଶମିକ ୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ ହେବ। ଆଜି ପାଇଁ ୮ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ କଟକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ ବୌଦ୍ଧ ସମେତ ୧୦ ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Exit mobile version