Site icon ଆଜିକାଲି

କାଲି ଠାରୁ ରାଜ୍ୟରେ ସକାଳୁଆ ସ୍କୁଲ

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ଋତୁକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠାରୁ ସ୍କୁଲ ସକାଳୁଆ ହେବ । ଖରାତାତିରୁ ବର୍ତ୍ତିବା ପାଇଁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ଘରୋଇ ସ୍କୁଲଗୁଡିକରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀର ପାଠପଢା ସକାଳ ୭ରୁ ଆରମ୍ଭ ହୋଇ ଦିନ ସାଢେ ୧୧ଟା ଯାଏଁ ଚାଲିବ । ସ୍କୁଲରେ ଛାତ୍ରଛାତ୍ରୀମାନଙ୍କ ପାଇଁ ପାନୀୟ ଜଳ ଓ ଓଆରଏସ ପ୍ୟାକେଟ ସହ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ନିଶ୍ଚିତ କରିବା ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି ।

Exit mobile version