Site icon ଆଜିକାଲି

ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୬ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର – ରାଜ୍ୟର ବିଭିନ୍ନ ଜିଲ୍ଲାରେ ଗତ ଦୁଇଦିନ ଧରି କାଳବେଶାଖୀ ବର୍ଷା ଜାରି ରହିଛି । କିଛି ସ୍ଥାନରେ କୁଆପଥର ବର୍ଷା ବି ହୋଇଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୬ ତାରିଖ ଯାଏ କାଳବୈଶାଖୀ ଜନିତ ବର୍ଷା ଜାରି ରହିବ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ମଇ ୨ ତାରିଖ ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ଅଧିକାଂଶ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହେବ । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି।

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବଜ୍ରପାତ ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବ । ଏଥି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Exit mobile version