Site icon ଆଜିକାଲି

ଆଜି ନବଯୌବନ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ : ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ସକାଳ ୮ଟାରୁ ଏକ ଘଣ୍ଟା ଧରି ପରିମାଣିକ ଟିକେଟ ଦର୍ଶନ ହେବ। ୯ ଟାରୁ ଦୁଇ ଘଣ୍ଟା ଧରି ସର୍ବସାଧାରଣ ବା ସାହାଣମେଲା ଦର୍ଶନ ହେବ। ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଦେଇ ପରିମାଣିକ ଟିକେଟ ଦର୍ଶନ ପାଇଁ ଭକ୍ତ ଯିବେ। ସର୍ବସାଧାରଣ ବା ସାହାଣମେଲା ଦର୍ଶନରେ ଭକ୍ତ ସିଂହଦ୍ୱାର ଦେଇ ପ୍ରବେଶ କରି ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରିବେ। ପୂର୍ବାହ୍ନ ୧୧ଟା ପରେ ଆଉ ପ୍ରଭୁଙ୍କ ଦର୍ଶନ ମିଳିବ ନାହିଁ। ଭକ୍ତ କେବଳ ଶ୍ରୀମନ୍ଦିର ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ କରିପାରିବେ।

ନବଯୌବନ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଭିତର ଓ ବାହାରେ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଦର୍ଶନ ପାଇଁ ବାରିକେଡ ବ୍ୟବସ୍ଥା କରାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ୭୦ପ୍ଲାଟୁନ୍‌ ଫୋର୍ସ ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ୨୫ପ୍ଲାଟୁନ୍‌ ଫୋର୍ସ ମୁତୟନ ହୋଇଛନ୍ତି। …ରଥଯାତ୍ରା ପାଇଁ ପ୍ରସ୍ତୁତ ହୋଇ ରହିଛି ତିନି ରଥ। ଦିନ ୧୦ଟା ପରେ ଆଜ୍ଞାମାଳ ବିଜେ ପରାଯାଇ ରଥକୁ ରଥଖଳାରୁ ସିଂହଦ୍ୱାରକୁ ଟଣାଯିବ।

Exit mobile version